Take a fresh look at your lifestyle.

ସମିତି ସଭ୍ୟ ପାଇଁ ନାମାଙ୍କନ ଦାଖଲ କଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

0 45

ହିନ୍ଦୋଳ : ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା | ହିନ୍ଦୋଳ ବିଧାନସଭା ଆସନ ରୁ ୩ ଥର ବିଧାୟିକା ତଥା ୨ ଥର ମନ୍ତ୍ରୀ ହୋଇଥିବା ଅଞ୍ଜଳି ବେହେରା ଗତକାଲି ସମିତି ସଭ୍ୟ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ଚର୍ଚ୍ଚା ଜୋର ଧରିଛି।

ଗତକାଲି ନାମାଙ୍କନ ଦାଖଲର ଶେଷ ଦିନ ଥିବା ବେଳେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଗିରିଧରପ୍ରସାଦ ଗ୍ରାମପଞ୍ଚାୟତ ରୁ ସମିତି ସଭ୍ୟ ପ୍ରାଥୀ ଭାବେ ହିନ୍ଦୋଳ ବିଡ଼ିଓ ଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ  ଅଞ୍ଜଳି  ।

ଅଞ୍ଜଳି ଗଣମାଧ୍ୟମ କୁ ପ୍ରତିକ୍ରିୟା ଦେଇ କହିଛନ୍ତି, ନିର୍ବାଚନ ଲଢ଼ିବାକୁ ପଡ଼ିବ । ତୃଣମୂଳ ସ୍ତରରେ ସଙ୍ଗଠନ କରିବାକୁ ହେଲେ ଲୋକଙ୍କ ପାଖକୁ ଯିବାକୁ ପଡ଼ିବ । ଦଳ ପରିବର୍ତ୍ତନ ହେତୁ ୭ ବର୍ଷ ହେଲା ଲୋକଙ୍କଠାରୁ ଦୂରେଇ ଯାଇଥିଲି।   ଲୋକଙ୍କ ନିକଟକୁ ଯିବାକୁ ହେଲେ ଏବେ ନିର୍ବାଚନ ଥିବାରୁ ନିର୍ବାଚନ ଲଢ଼ୁଛି।

ଅଞ୍ଜଳି ପୂର୍ବରୁ ହିନ୍ଦୋଳ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତିନି ଥର 2000,2004 ଏବଂ 2009 ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ଦୁଇ ଦୁଇ ଥର ମନ୍ତ୍ରୀ ପଦରେ ମଧ୍ୟ ବସିଥିଲେ। ବିଜେଡିରେ ବିଧାୟକ ହେବା ପରେ ଥରେ ବୟନଶିଳ୍ପ ମନ୍ତ୍ରୀ ଓ ପରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ହୋଇଥିଲେ। ପରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ ହୋଇଥିଲେ ଓ ଟିକେଟ୍ ମଧ୍ୟ ପାଇ ନ ଥିଲେ।

ଗତ କିଛି ଦିନ ତଳେ ଅଞ୍ଜଳି ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ। ବିଧାୟକ ହେବା ପୂର୍ବ ରୁ 1997 ରେ ସେ ଜନତା ଦଳ ରୁ ଅନୁଗୋଳ ଜ଼ିଲ୍ଲା ପରିଷଦ କୁ ନିର୍ବାଚିତ ହୋଇଥିଲେ |

- Advertisement -

Leave A Reply

Your email address will not be published.