Take a fresh look at your lifestyle.

ଆସନ୍ତା ୫ ତାରିଖ ରେ ଢେଙ୍କାନାଳ ଜିଲାରେ କୁଆପଥର ବର୍ଷା ହୋଇପାରେ

0 209

Get real time updates directly on you device, subscribe now.

ଢେଙ୍କାନାଳ: ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶା ମଧ୍ୟକୁ ବଙ୍ଗୋପସାଗରରୁ ଉଷ୍ଣ ଜଳୀୟବାଷ୍ପ ପ୍ରବାହ  ପ୍ରଭାବରେ ଆସନ୍ତା  ୫ ତାରିଖ ରେ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ।  ୩ ଓ ୪ ତାରିଖ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ,  ୫ରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।କେତେକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ହେବା ସମ୍ଭାବନା ରହିଛି।

୪ରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.