Take a fresh look at your lifestyle.

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 9

Get real time updates directly on you device, subscribe now.

ଭୁବନେଶ୍ୱର : କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.