Take a fresh look at your lifestyle.

ମୋ ପ୍ରତିଭା ମୋ ପରିଚୟ ପ୍ରତିଯୋଗିତା ଅନୁଷ୍ଠିତ

0 19

ଢେଙ୍କାନାଳ: ଗଁଦିଆ ବ୍ଲକ କାର୍ଯ୍ୟାଳୟ ସଭାଗୃହ ପରିସରରେ ମୋ ଢେଙ୍କାନାଳ ଚ୍ୟାନେଲ ପକ୍ଷରୁ ୫ମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଗୁରୁଦେବଜୀ ଫାଉଣ୍ଡେସନ ତରଫରୁ ଗଁଦିଆ ବ୍ଲକ ନିମନ୍ତେ ବ୍ଲକ ସ୍ତରୀୟ ମୋ ଢେଙ୍କାନାଳ ମହୋତ୍ସବ ଓ ମୋ ପ୍ରତିଭା ମୋ ପରିଚୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଯଥା ଚିତ୍ରାଙ୍କନ, ପ୍ରବନ୍ଧ, ବକ୍ତୃତା, ସଙ୍ଗୀତ, ନୃତ୍ୟ ଓ ଅଭିନୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ ଗଁଦିଆ ବ୍ଲକର ବିଭିନ୍ନ ସ୍କୁଲର ପ୍ରାୟ ୨୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗ ଦେଇ ତାଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ ଏବଂ ଏଥିରେ ବିଚାରକ ରୂପେ ବିଜୟ କୁମାର ମିଶ୍ର, ପୁଷ୍ପଲତା ସାମଲ, ମମତା ମହୁନ୍ତ, ପ୍ରୀତିସ୍ୱରୂପା ଦାଶ ଯୋଗଦେଇ ପ୍ରତିଭାର ମୂଲ୍ୟାଙ୍କନ କରି ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ପାଇଁ କୃତି ପ୍ରତିଯୋଗୀଙ୍କୁ ମୋନାନିତ କରିଥିଲେ ।

ଏହି ବ୍ଲକସ୍ତରୀୟ ମହୋତ୍ସବକୁ ଓଡିଶା ଶିଶୁ ଅଧିକାରୀ ଆୟୋଗର ସଦସ୍ୟା ରୁବି ବିଶ୍ୱାଳ ଉଦ୍ଘାଟକ ଭାବରେ ଯୋଗ ଦେଇ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ସମାଜସେବୀ ତାପସ ରାଉତ, ପ୍ରଦୀପ କୁମାର ଦାସ ଏବଂ ପ୍ରତିଷ୍ଠାତା ମାଷ୍ଟର ଇଂ ସୌମ୍ୟବ୍ରତ ସାହୁ ପ୍ରମୁଖ ଯୋଗଦେଇ ଉଦ୍ଘାଟନ ଉତ୍ସବରେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ଯୋଗ ଦେଇ ମୋ ଢେଙ୍କାନାଳର ଏହି ନିଆରା କାର୍ଯ୍ୟକ୍ରମକୁ ଗଁଦିଆ ବ୍ଲକରେ କରିଥିବାରୁ ଚ୍ୟାନେଲ କୁ ଧନ୍ୟବାଦ୍ ଦେବା ସହ ଏହାର ପ୍ରତିଷ୍ଠାତା ମାଷ୍ଟର ଇଂ ସୌମ୍ୟବ୍ରତ ସାହୁଙ୍କୁ ଭୂୟଂସି ପ୍ରଶଂସା କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବିଡ଼ିଓ ଆଶିଷ ରଞ୍ଜନ ସାହୁ, ସାଂନ୍ଧ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସମୀର କୁମାର ସାହୁ, ପୂର୍ବତନ ସରପଂଚ ଶୁଭଦର୍ଶିନୀ ପରିଡ଼ା, ସମିତି ସଭ୍ୟ ବଳରାମ ପରିଡ଼ା, ସମାଜସେବୀ ଅଜିତ କୁମାର ରାଉତ, ବ୍ରହ୍ମାନନ୍ଦ ବିଶ୍ୱାଳ ପ୍ରମୁଖ ଯୋଗଦେଇ ମୋ ଢେଙ୍କାନାଳର ଏହି ପ୍ରୟାସକୁ ସ୍ୱାଗତ ଜଣାଇବା ସହ ସାଧୁବାଦ ଜଣାଇଥିଲେ ।

ଗୁରୁଦେବଜୀ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ମୋ ଢେଙ୍କାନାଳର ପ୍ରତିଷ୍ଠାତା ମାଷ୍ଟର ଇଂ ସୌମ୍ୟବ୍ରତ ସାହୁ ପ୍ରଥମେ ମୋ ଢେଙ୍କାନାଳର ଲକ୍ଷ ଓ ଉଦେ୍ଦଶ୍ୟ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିବା ପରେ ସମସ୍ତ ଉପସ୍ଥିତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ, ସଦସ୍ୟସଦସ୍ୟା ଓ ସହଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ ଓ କହିଥିଲେ ଜିଲ୍ଲା ପ୍ରତି ସମର୍ପିତ ହୋଇ ସମସ୍ତେ ପ୍ରେମରେ କୁହନ୍ତୁ ମୋ ଢେଙ୍କାନାଳ ।

ଏହି କାର୍ଯ୍ୟକ୍ରମକୁ ବ୍ଲକ କମିଟିର ଆବାହକ କ୍ଷୀରୋଦ ଦାସ, ସୌମ୍ୟ ମହାନ୍ତି, ଗୁରୁଦେବଜୀ ଫାଉଣ୍ଡେସନର ଡାର୍ଲିଂନ୍ ଡାଲଟନ, ସୁନିତା ବେହେରା, ମିଲି ସାମଲ, ଲକ୍ଷ୍ମୀଧର ରାଉତ ଓ ଅନ୍ୟାନ୍ୟ କର୍ମକର୍ତା ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଯୁବ ସାମ୍ବାଦିକ ଆଶୁତୋଷ ପାଢ଼ୀ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ସଦସ୍ୟ ସିପୁନ କୁମାର ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -

Leave A Reply

Your email address will not be published.