Take a fresh look at your lifestyle.

ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ଅପହରଣ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟପାଳଙ୍କ ହସ୍ତକ୍ଷେପ

0 13

ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ଅପହରଣ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ଉତ୍କଳ ସର୍ବୋଦୟ ମଣ୍ଡଳ, ଉତ୍କଳ ଗାନ୍ଧୀ ସ୍ମାରକ ନିଧି, ଲୋହିଆ ଏକାଡେମୀ, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ଇନସାଫ ଓ ରାଷ୍ଟ୍ରୀୟ ଯୁବା ସଙ୍ଗଠନ। ଉତ୍କଳ ସର୍ବୋଦୟ ମଣ୍ଡଳର ସଭାପତି ମିହିର ପ୍ରତାପ ଦାସ, ଲୋହିଆ ଏକାଡେମୀର ସମ୍ପାଦକ ଦେବ ପ୍ରସାଦ ରାୟ, ଉତ୍କଳ ଗାନ୍ଧୀ ସ୍ମାରକ ନିଧିର ସମ୍ପାଦକ ଜୟନ୍ତ କୁମାର ଦାସ, ଇନସାଫର ରାଜ୍ୟ ଆବାହକ ନରେନ୍ଦ୍ର ମହାନ୍ତି, ରାଷ୍ଟ୍ରୀୟ ଯୁବା ସଙ୍ଗଠନର ରାଷ୍ଟ୍ରୀୟ ସମିତି ସଦସ୍ୟ ମାନସ ପଟ୍ଟନାୟକ ପ୍ରମୁଖ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ କରିବା ସହ ଦାବୀପତ୍ର ଉପସ୍ଥାପନ କରି ପ୍ରଫୁଲ୍ଲ ସାମନ୍ତରାଙ୍କ ଭଳି ଜଣେ ବିଶ୍ଵ ପ୍ରସିଦ୍ଧ ପରିବେଶବିତଙ୍କ ଅପହରଣ ଘଟଣାର ନିରପେକ୍ଷ ଓ ଉଚ୍ଚସ୍ତରୀୟ ତଦନ୍ତ କରିବା ପାଇଁ ଦାବୀ କରିଛନ୍ତି।

- Advertisement -

Leave A Reply

Your email address will not be published.