Take a fresh look at your lifestyle.

୫୩ନମ୍ବର ଜାତୀୟ ରାଜପଥ ରେ ଟ୍ରକ ସହ ଅଟୋ ମୁହାଁ ମୁହିଁ ଧକ୍କା,୫ମୃତ

0 2

Get real time updates directly on you device, subscribe now.

କାମାକ୍ଷାନଗର (ରାଜ କିଶୋର ରାଉତ):ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ପଥର ଖମ୍ବ ଗାଁ ଛକ ୫୩ ନଂ ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ।

ଅଟୋକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ । ଘଟଣା ସ୍ଥଳରେ ୫ ଜଣଙ୍କର ମୃତ୍ୟୁ । ମୃତକ ମାନେହେଲେ କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ଅନନ୍ତ ସାମଲ ,ପ୍ରହ୍ଲାଦ ସାମଲ ,ଆଦିକନ୍ଧ ସାମଲ ,ଅଂକୁର ସାମଲ ଓ ପୁଅ ଦିବ୍ୟରଞ୍ଜନ ସାମଲ ।

୫ ଜଣ ମୃତକଙ୍କ ମଧ୍ୟରେ ଜଣେ ୧୩ ବର୍ଷୀୟ ଶିଶୁ ରହିଛନ୍ତି । ଭୋର ସମୟରୁ ମହୁଲ ଟୋଲ ପେଶାଇବା ପାଇଁ ମୁକ୍ତାପଶି ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା, ଖବର ପାଇ କାମାକ୍ଷାନଗର ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲେ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.